ରାଜ୍ୟ

ଶ୍ରୀମନ୍ଦିରରେ ଚାଲିଛି ମହାପ୍ରଭୁଙ୍କ କୃଷ୍ଣଲୀଳା

ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ । ଗତକାଲି ଠାକୁରଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟଆସୁର ବଧ ନୀତି ଅନୁଷ୍ଠିତ ହୋଇଥିଲା । ମହାପ୍ରଭୁ ବାଲଗୋପାଳ ଓ ବଡ଼ଠାକୁର ବଳରାମ ବେଶ ହୋଇଥିଲେ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ |

ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ । ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ୱାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢିବା ପରେ ଠାକୁର ଦକ୍ଷିଣୀ ଘରକୁ ବିଜେ କରିବେ । ଏହାପରେ ଅନ୍ୟାନ୍ୟ ନୀତି ପରେ ରତ୍ନ ସିଂହାସନ ଉପରେ ବିରାଜିତ ଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ ।

Share

Leave a Reply

Your email address will not be published. Required fields are marked *

2 + 18 =