ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଗୁଳିମାଡ଼ ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ଘଟଣାକୁ ଦୃଢ ନିନ୍ଦା କରିବା ସହ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖମନ୍ତ୍ରୀ । ଏହା ଅତି ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା ବୋଲି କହିଛନ୍ତି । ଏହାସହିତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । କ୍ରାଇମବ୍ରାଞ୍ଚର ବରିଷ୍ଠ ଅଧିକାରୀଙ୍କୁ ଘଟଣାସ୍ଥଳରୁ ଯାଇ ତଦନ୍ତ କରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ ଯେ, ରବିବାର ଦିନ ଝାରସୁଗୁଡ଼ା ସ୍ଥିତ ବ୍ରଜରାଜନଗର ଗାନ୍ଧି ଛକରେ ଥିବା ବିଜେଡି କାର‌୍ୟ୍ୟାଳୟର ଉଦଘାଟନ କରିବାକୁ ଯାଉଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ଜଣେ ପୋଲିସ ଏଏସ୍‌ଆଇ ୪ରୁ ୫ ରାଉଣ୍ଡ ଗୁଳିମାଡ଼ କରିଛନ୍ତି । ଯେଉଁଥିରେ ନବ ଦାସ ଘଟଣାସ୍ଥଳରେ ହିଁ ପଡ଼ିଯାଇଥିଲେ । ପରେ ସେଠାରୁ ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଆଉ ଏବେ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଉଛି ।

ସେହିପରି ଅନ୍ୟପଟେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାରିଥିବା ଏଏସ୍‌ଆଇ ଗୋପାଳ ଦାସଙ୍କୁ ଅଟକ ରଖିଛି ପୋଲିସ । ଏଏସଆଇ ଜଣକ କ’ଣ ପାଇଁ ଗୁଳି କରିଛନ୍ତି । ତାହାର କାରଣ ଅସ୍ପଷ୍ଟ ରହିଛି । ପୋଲିସ ତଦନ୍ତ କରୁଛି ।

Share

Leave a Reply

Your email address will not be published. Required fields are marked *

3 × two =