ଆଜିଠାରୁ ଯୁକ୍ତ ୨ନାମଲେଖା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଯୁକ୍ତ ୨ ନାମଲେଖା ନେଇ ଆଜିଠୁ ଆରମ୍ଭ ହେବ ଆବେଦନ ପ୍ରକ୍ରିୟା । ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତି ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେଉଛି । ଛାତ୍ରଛାତ୍ରୀ www.samsodisha.gov.in ମାଧ୍ୟମରେ ସେପ୍ଟେମ୍ବର ୫ପର୍ଯ୍ୟନ୍ତ ଆବେଦନ କରିପାରିବେ । ସେପ୍ଟେମ୍ବର ୧୩ ତାରିଖରେ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ୧୪ରୁ ୨୧ ତାରିଖ ମଧ୍ୟରେ ନାମଲେଖା ହେବ ।
ସେପ୍ଟେମ୍ବର ୧୩ ପୂର୍ବାହ୍ନରେ ପ୍ରଥମ ପର୍ଯ୍ୟ।ୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ ଏବଂ ୧୪ରୁ ୨୧ ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ । ସେହିପରି ସେପ୍ଟେମ୍ବର ୨୭ରେ ଦ୍ବିତୀୟ ପର୍ଯ୍ୟ।ୟ ମେରିଟ୍ ଲିଷ୍ଟ ପ୍ରକାଶ କରାଯିବ ଏବଂ ନାମଲେଖା ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ ମଧ୍ୟରେ ହେବ । ଅକ୍ଟୋବର ୪ରେ ସ୍ପଟ୍ ନାମଲେଖା ଲାଗି ଛାତ୍ରଛାତ୍ରୀଙ୍କ ତାଲିକା ପ୍ରକାଶ ପାଇବ । ୫ ତାରିଖ ଅପରାହ୍ଣ ୨ଟା ସୁଦ୍ଧା ସ୍ପଟ୍ ନାମଲେଖା ଲାଗି ଛାତ୍ରଛାତ୍ରୀ ପଞ୍ଜୀକରଣ କରିପାରିବେ ।

Share

Leave a Reply

Your email address will not be published. Required fields are marked *

nineteen + 3 =