ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୭ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ଭଦ୍ରକରୁ ୨ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୨୪ ଜଣ,ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୭ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୧୨୩ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୩ ଜଣ, ସମ୍ୱଲପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୬ ହଜାର ୭୯୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୫ ହଜାର ୯୬୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୩୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Share

Leave a Reply

Your email address will not be published. Required fields are marked *

4 × 1 =