ଆଜି ରାଜ୍ୟରେ ୫ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୬୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ, ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୪୨୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୨୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୦୬୪୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୯୫୨୩୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Share

Leave a Reply

Your email address will not be published. Required fields are marked *

15 − 2 =