ପୁରୀ ଐତିହ୍ୟ ପ୍ରକଳ୍ପରେ 5 ପ୍ରୋବେସନର ଆଇଏଏସ

ଭୁବନେଶ୍ବର () ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାର ବିଶେଷ ଗୁରୁତ୍ବ ଦେଉଛନ୍ତି । ଏଥିପାଇଁ ପୁରୀର ଭିତ୍ତିଭୂମିର ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି 500 କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି । ଏହିସବୁ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 5ଜଣ ପ୍ରୋବେସନର ଆଇଏଏସ ଅଫିସରଙ୍କୁ ପୁରୀରେ ନିଯୁକ୍ତ କରିଛନ୍ତି । ସେମାନେ ପୁରୀର ବିକାଶ ପାଇଁ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ବରେ ରହିବେ ।

ଏହି ଶିକ୍ଷାନବୀନ ଆଇଏଏସ ଅଫିସରମାନେ ହେଲେ ସୂର୍ଯ୍ୟବଂଶୀ ମୟୁର ବିକାଶ, କୀର୍ତ୍ତିଭାସ ଭି, ଶୁଭଙ୍କର ମହାପାତ୍ର, ଜେ. ସୋନାଲ, ଭୁବନେଶ୍ବ ଦେବଦାସ ପାଟିଲ । ଏମାନେ ସମସ୍ତେ 2018 ବ୍ୟାଚର ଆଇଏଏସ ଅଫିସର । ଏମାନେ ସମସ୍ତେ ଆଜି ପୁରୀର କାର୍ଯ୍ୟରେ ଯୋଗ ଦେଇଛନ୍ତି । ପୁରୀ ଯିବା ପୂର୍ବରୁ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର. ବାଲକ୍ରିଷ୍ଣନ ଓ ମୁଖ୍ୟମନ୍ତ୍ରୀଙ୍କ 5-ଟି ସଚିବ ଭି.କେ. ପାଣ୍ଡିଆନ ସେମାନଙ୍କୁ ସେମାନଙ୍କ ଦାୟିତ୍ବ ସଂପର୍କରେ ବୁଝାଇଥିଲେ ଏବଂ ରାଜ୍ୟ ସରକାରଙ୍କ ଏହି ମହତ୍ତ୍ବକାଂକ୍ଷୀ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରତିବଦ୍ଧତାର ସହ କାମ କରିବାକୁ ପରାମର୍ଶ ଦେଇଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × 1 =