ପିପିଲିରୁ ଟଙ୍କା ଜବତ ଘଟଣାରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ପିପିଲି: ପିପିଲିରୁ ଜବତ ହୋଇଥିବା ୫୦ ଲକ୍ଷ ଟଙ୍କା ସହ ବିଜେପି ପ୍ରାର୍ଥୀଙ୍କ ଲିଙ୍କ୍ ରହିଛି ବୋଲି ଅଭିଯୋଗ ହୋଇଛି । ଟଙ୍କା ଜବତ ମାମଲାରେ ଅଟକ ୨ ଅଭିଯୁକ୍ତଙ୍କ ସହ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ଲିଙ୍କ୍ ଥିବା ଅଭିଯୋଗ ହୋଇଛି । ଅଟକ ୨ଯୁବକଙ୍କ ସହ ଆଶ୍ରିତଙ୍କ ଫଟୋ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେଉଛି । ଆଉ ଏହା ପରେ ଏହି ଟଙ୍କା ଆଶ୍ରିତଙ୍କ ନିକଟକୁ ଆସୁଥିବା ନେଇ ଚର୍ଚ୍ଚା ହେଉଛି ।

ସୂଚନା ଅନୁଯାୟୀ, ଆଜି ତାରକାଜ ଛକ ନିକଟରୁ ୫୦ ଲକ୍ଷ ଟଙ୍କା ଜବତ କରିଥିଲା ପିପିଲି ପୋଲିସ । ଏହି ମାମଲାରେ ନୀଳ ରଙ୍ଗର ପଲସର ସହ ୨ ସ୍ଥାନୀୟ ବ୍ୟକ୍ତିଙ୍କୁ ଅଟକ ରଖିଛି ପୋଲିସ । ନିୟମିତ ଯାଞ୍ଚ ବେଳେ ଟୋଲଗେଟ୍ ଚେକିଂ ପଏଣ୍ଟରେ ଅଟକ ବାଇକ ଆରୋହୀଙ୍କୁ ଅଟକାଇଥିଲା ପୋଲିସ । ସେମାନେ କିନ୍ତୁ ପୋଲିସ ନିର୍ଦ୍ଦେଶ ମାନିନଥିଲେ । ପରେ ସେମାନଙ୍କୁ ଗୋଡ଼ାଇ ଗୋଡ଼ାଇ ତାରକାଜ ଛକ ନିକଟରେ କାବୁ କରିଥିଲା ପୋଲିସ । ସୂଚନା ଯୋଗ୍ୟ ଯେ, ଆଗାମୀ ଉପ-ନିର୍ବାଚନ ନେଇ ତାରିଖ ପାଖେଇ ଆସୁଥିବା ବେଳେ ଟଙ୍କା ବଣ୍ଟି ଲୋକଙ୍କୁ ପ୍ରଭାବିତ କରିବାର ଆଶଙ୍କା ରହିଛି । ତେବେ ଏହି ଘଟଣାରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ବିଜେଡିର ଏକ ପ୍ରତିନିଧି ଦଳ ଭେଟିଛନ୍ତି । ବିଜେଡିର ସସ୍ମିତ ପାତ୍ର, ଲେନିନ ମହାନ୍ତି, ଶ୍ରୀମୟୀ ମିଶ୍ର ଓ ସୁଲତା ଦେଓ ମୁଖ୍ୟ ନିର୍ବାଚନଙ୍କୁ ଭେଟି ଘଟଣାର ତଦନ୍ତ ଦାବି କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

5 + 8 =