ନଭେମ୍ବର ୧୫ରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର: ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଖୋଲିବ ବିଦ୍ୟାଳୟ  । ଦିପାବଳୀ ପରେ ସ୍କୁଲ ଖୋଲିବା ନେଇ ମିଳିଥିବା ସୂଚନା ସତ ପ୍ରମାଣିତ ହୋଇଛି  । ଆସନ୍ତା ନଭେମ୍ବର 15 ରୁ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ ସ୍କୁଲ ।  ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ଏକ ସାମ୍ବାଦିକ ସମ୍ବିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

କୋଭିଡର ପରବର୍ତ୍ତୀ ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି  । ଦ୍ୱାଦଶ, ଦଶମ, ନବମ ଖୋଲିବା ପରେ ଅଷ୍ଟମ ଶ୍ରେଣୀ ମଧ୍ୟ ଖୋଲିଛନ୍ତି ରାଜ୍ୟ ସରକାର  । କୋଭିଡ଼ ନିୟମ ଅନୁପାଳନ ସହ ସମସ୍ତ ନିମୟ ବାଧ୍ୟତା ମୂଳକ କରାଯାଇଛି  । ସେପଟେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ ରାଜ୍ୟ ସରକାର ବିଚାର କରୁଥିବା ସୂଚନା ଦେଇଥିଲେ ମନ୍ତ୍ରୀ ସମୀର ରଞ୍ଜନ ଦାସ  ।

ଜୁଲାଇ ୨୬ରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିଥିଲା  । ନବମ ଶ୍ରେଣୀର ଶିକ୍ଷାଦାନ ଅଗଷ୍ଟ ୧୬ ତାରିଖରୁ ଏବଂ ଏକାଦଶ ଶ୍ରେଣୀର ଶିକ୍ଷାଦାନ ସେପ୍ଟେମ୍ବର ୧୫ ତାରିଖରୁ ଆରମ୍ଭ କରାଯାଇଛି  । ତେବେ ଦିପାବଳୀ ପରେ ବାକି ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ମନ୍ତ୍ରୀ ସୂଚନା ଦେଇଥିଲେ  ।  ତେବେ ନଭେମ୍ବର ୧୫ରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବ ବୋଲି ସ୍ପଷ୍ଟ ସୂଚନା ପ୍ରଦାନ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ  ।

Share

Leave a Reply

Your email address will not be published. Required fields are marked *

six + ten =