Friday, October 30, 2026
Latestରାଜ୍ୟ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍

ଭୁବନେଶ୍ୱର:ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୮୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୧୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୩ ଜଣ, ବାଲେଶ୍ୱରରୁ ୫୧ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୧୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୮୮ ଜଣ, ଦେବଗଡ଼ରୁ ୧୦ ଜଣ, ଢେଙ୍କାନାଳରୁ ୧୬ ଜଣ, ଗଜପତିରୁ ୬, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୪୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୩୧ ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୩୫୨ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୩୮ ଜଣ, ନୟାଗଡ଼ରୁ ୧୯ ଜଣ, ପୁରୀରୁ ୩୦ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Share

Leave a Reply

Your email address will not be published. Required fields are marked *

twelve + fourteen =