ଅଜିତ ମଙ୍ଗରାଜଙ୍କ ପରଲୋକ

ଭୁବନେଶ୍ୱର: କରୋନାରେ ପୀଡ଼ିତ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ । କିଛି ଦିନ ତଳେ କୋଭିଡ ସଂକ୍ରମିତ ଚିହ୍ନଟ ହେବା ପରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଥିଲେ । କରୋନା କାରଣରୁ ନିଶ୍ୱାସ ପ୍ରଶ୍ୱାସ ଜନିତ ସମସ୍ୟାରେ ସମସ୍ୟା ଅନୁଭବ କରୁଥିଲେ | କୋଭିଡ ସଂକ୍ରମିତ ଚିହ୍ନଟ ହେବା ନେଇ ଫେସବୁକ ମାଧ୍ୟମରେ ସୂଚନା ଦେଇଥିଲେ | ସେ ଫେସବୁକ ପୋଷ୍ଟରେ ଲେଖିଥିଲେ, ବନ୍ଧୁଗଣ ମୁଁ କୋଭିଡ ପଜିଟିଭ୍ ଚିହ୍ନଟ ହୋଇ ଚିକିତ୍ସାଧୀନ ରହିଛି । ଦୟାକରି କୌଣସି ପ୍ରକାର ଗୁଜବ ସୃଷ୍ଟି ନ କରି ଦଳ କିପରି ଭଲ ପ୍ରଦର୍ଶନ କରିବ ଧ୍ୟାନ ଦିଅନ୍ତୁ, ଆପଣମାନଙ୍କ ଭଲ ପାଇବା ସହିତ ଜଲ୍ଦି ଫେରିବି । କିନ୍ତୁ ବିଧିର ବିଧାନ କିଛି ଭିନ୍ନ ଥିଲା ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି ।

Share

Leave a Reply

Your email address will not be published. Required fields are marked *

2 × 3 =