Thursday, October 29, 2026
Latestରାଜ୍ୟ

+୩ ଫାଇନାଲ୍‌ ପରୀକ୍ଷା ଜୁଲାଇ ୨୪ ତାରିଖ ସୁଦ୍ଧା ଶେଷ ହେବ

ଭୁବନେଶ୍ୱର () ରାଜ୍ୟର ସମସ୍ତ ବିଶ୍ୱ ବିଦ୍ୟାଳୟ ଅଧୀନରେ ଥିବା +୩ ମହା ବିଦ୍ୟାଳୟ ଏବଂ ସ୍ୱୟଂ ଶାସିତ ମହାବିଦ୍ୟାଳୟର +୩ ର ୬ଷ୍ଠ ସେମିଷ୍ଟାରର (ଫାଇନାଲ୍‌) ପରୀକ୍ଷା ଜୁନ ୨୦ ତାରିଖ ପରେ ଆରମ୍ଭ ହୋଇ ଜୁଲାଇ ୨୪ ତାରିଖ ସୁଦ୍ଧା ଶେଷ ହେବ ଏବଂ ପରୀକ୍ଷା ଫଳ ଅଗଷ୍ଟ ମାସ ୩୧ ତାରିଖ ସୁଦ୍ଧା ପ୍ରକାଶ ପାଇବ । ସେହିପରି ବିଶ୍ୱବିଦ୍ୟାଳୟ ଏବଂ ସ୍ୱୟଂ ଶାସିତ ମହାବିଦ୍ୟାଳୟର ସ୍ନାତକୋତର ଶ୍ରେଣୀର ଚତୁର୍ଥ ସେମିଷ୍ଟାର (ଫାଇନାଲ୍‌) ପରୀକ୍ଷା ଅଗଷ୍ଟ ୨୦ ତାରିଖ ସୁଦ୍ଧା ଶେଷ ହେବ ଏବଂ ପରୀକ୍ଷା ଫଳ ସେପ୍ଟେମ୍ବର ୨୦ ତାରିଖ ସୁଦ୍ଧା ପ୍ରକାଶ ପାଇବ ବୋଲି ରାଜ୍ୟର ସମସ୍ତ ବିଶ୍ୱ ବିଦ୍ୟାଳୟଗୁଡିକର କୁଳପତିମାନଙ୍କ ସହିତ ଭିଡିଓ କନ୍‌ଫରେନ୍‌ସ୍ ମାଧ୍ୟମରେ ଅନୁଷ୍ଠିତ ବୈଠକରେ ନିଷ୍ପତି ହୋଇଥିବା ସଂପର୍କରେ ରାଜ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡଃ. ଅରୁଣ କୁମାର ସାହୁ କହିଛନ୍ତି । ଏଥି ସହିତ ମେ ୭ ତାରିଖଠାରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, ସ୍ୱୟଂ ଶାସିତ ମହାବିଦ୍ୟାଳୟ ପ୍ରଶାସନିକ କାର୍ଯ୍ୟ ସଂପାଦନ ନିମନ୍ତେ ଏକ ତୃତୀୟାଂଶ କର୍ମଚାରୀଙ୍କୁ ନେଇ ଖୋଲାଯିବା ପାଇଁ ନିଷ୍ପତି ନିଆଯାଇଛି ।

ଆଜି ଲୋକସେବା ଭବନଠାରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚ ଶିକ୍ଷା ମନ୍ତ୍ରୀ ଡଃ. ଅରୁଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟର ସମସ୍ତ କୁଳପତିମାନେ ଭିଡିଓ କନ୍‌ଫରେନ୍ସିଂ ଯୋଗେ କୋଭିଡ୍‌-୧୯ ସଂକ୍ରମଣ ର ମୁକାବିଲା ନିମନ୍ତେ ଦେଶ ସମେତ ରାଜ୍ୟରେ ଲକ୍ ଡାଉନ୍ ଜାରି କରାଯାଇଥିବା ପରିପ୍ରେକ୍ଷୀରେ ବିଭିନ୍ନ ପରୀକ୍ଷା ପରିଚାଳନା, ପରୀକ୍ଷା ଫଳ ପ୍ରକାଶନ, ଛାତ୍ରଛାତ୍ରୀଙ୍କ ନାମଲେଖା ଓ ଶିକ୍ଷା ଦାନ ସଂପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ସ୍ୱୟଂ ଶାସିତ ମହାବିଦ୍ୟାଳୟଗୁଡିକ +୩ ଶ୍ରେଣୀର ୬ଷ୍ଠ ସେମିଷ୍ଟାର ପରୀକ୍ଷା ନିମନ୍ତେ ପରୀକ୍ଷା ସୂଚୀ ସ୍ଥିର କରି ଛାତ୍ରଛାତ୍ରୀମାନଙ୍କୁ ଆଗୁଆ ଜଣାଇବା ପାଇଁ କୁହାଯାଇଛି । ସେହିପରି ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସ୍ନାତକୋତର ଶ୍ରେଣୀର ଚତୁର୍ଥ ସେମିଷ୍ଟାର ପରୀକ୍ଷା ନିମନ୍ତେ ସଂପୃକ୍ତ ବିଶ୍ୱବିଦ୍ୟାଳୟ ଏବଂ ସ୍ୱୟଂଶାସିତ ମହାବିଦ୍ୟାଳୟ ବିସ୍ତୃତ ପରୀକ୍ଷା ସୂଚୀ ପ୍ରକାଶ କରିବେ ।

ଏଥି ସହିତ ଚଳିତ ବର୍ଷ ସ୍ନାତକୋତର ଶ୍ରେଣୀର ନାମଲେଖା ନିମନ୍ତେ ଏକକ ପ୍ରବେଶିକା ପରୀକ୍ଷା ଏବଂ ନାମଲେଖା କାର୍ଯ୍ୟ ସେପ୍ଟେମ୍ବର ରୁ ଅକ୍ଟୋବର ମାସ ମଧ୍ୟରେ ଶେଷ କରାଯିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଛି । ଅନଲାଇନ୍ ଏବଂ ଇ-ଲଣ୍ଣିଂ ମାଧ୍ୟମରେ ଶିକ୍ଷାଦାନ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ଏକ ବ୍ଲ ୁ ପ୍ରିଣ୍ଟ ପ୍ରସ୍ତୁତ କରାଯିବ ବୋଲି ବୈଠକରେ ଆଲୋଚନା ହୋଇଥିଲା । ଏହା ଦ୍ୱାରା ଛାତ୍ରଛାତ୍ରୀମାନଙ୍କୁ ସହଜରେ ଉନ୍ନତମାନର ଷ୍ଟଡି ମ୍ୟାଟେରିଆଲ ମିଳିପାରିବ ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା । ଏଥି ସହିତ ପ୍ରତି ୧୫ ଦିନରେ ଥରେ କୁଳପତିମାନଙ୍କ ସହିତ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକ କରି ସ୍ଥିତି ସଂପର୍କରେ ତର୍ଜମା କରି ନିଷ୍ପତି ଗ୍ରହଣ କରାଯିବ ।

ଏହିବୈଠକରେ ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ, ଶ୍ରୀ ଶାଶ୍ୱତ ମିଶ୍ର, ଉଚ୍ଚ ଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସଙ୍କ ସମେତ ଉତ୍କଳ ବିଶ୍ୱବିଦ୍ୟାଳୟ, ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଏବଂ ଓଡିଶା ମୁକ୍ତ ବିଶ୍ୱବିଦ୍ୟ।।ୟର କୂଳପତି ଲୋକସେବା ଭବନରେ ଉପସ୍ଥିତ ଥିବା ବେଳେ ଅନ୍ୟବିଶ୍ୱବିଦ୍ୟାଳୟମାନଙ୍କର କୁଳପତିମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଯୋଗଦେଇଥିଲେ ।

Share

Leave a Reply

Your email address will not be published. Required fields are marked *

seven + 12 =