ବରଗଡ ମୁଖ୍ୟ ଚିକିତ୍ସାଳୟରେ ୩୦ ଶଯ୍ୟା ବିଶିଷ୍ଟ URBAN CHC

ଭୁବନେଶ୍ୱର() ଜନସାଧାରଣଙ୍କ ସୁବିଧାକୁ ଦୃଷ୍ଟିରେ ରଖି ବରଗଡର ପୁରୁଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୩୦ ଶଯ୍ୟା ବିଶିଷ୍ଟ URBAN CHC  କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ସହିତ ରୋଗୀମାନେ ଯେପରି ସୁବିଧାରେ ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇପାରିବେ ସେଥିପାଇଁ ପୁରୁଣା ଡାକ୍ତରଖାନାରୁ ମାଗଣାରେ ଆମ୍ବୁଲାନ୍ସ ଓ ବସ ସେବା ଯୋଗାଇ ଦେବା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଧଶ ଦେଇଛନ୍ତି । ଏହି URBAN CHC ରେ ଲୋକଙ୍କୁ ଜରୂରୀକାଳୀନ ଚିକିତ୍ସାସେବା, opd  ସେବା ଯୋଗାଇ ଦିଆଯିବ ।

ଆଜି ଲୋକ ସେବା ଭବନ ଠାରେ ମନ୍ତ୍ରୀ ସୁଶାନ୍ତ ସିଂ, ସାଂସଦ ପ୍ରସନ୍ନ ଆଚିର୍ଯ୍ୟ, ବିଧାୟକ ଦେବେଶ ଆଚାର୍ଯ୍ୟ ଏବଂ ପୁର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ବରଗଡର ଜିଲ୍ଲା ନୂଆ ମୁଖ୍ୟ ଚିକିତ୍ସାଳୟ ସମ୍ପର୍କିତ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ । ଜନସାଧାରଣଙ୍କ ସମସ୍ୟାପ୍ରତି ରାଜ୍ୟ ସରକାର ସୁବବେଳେ ସହାନୁଭୁତି ମୂଳକ ଦୃଷ୍ଟିଭଙ୍ଗୀ ପୋଷଣ କରିଆସିଛନ୍ତି । ତେଣୁ ଜନସାଧାରଣଙ୍କ ବୃହତର ସ୍ୱାର୍ଥ ଦୃଷ୍ଟିରୁ ସରକାରଙ୍କ ପଦକ୍ଷେପରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାବାସୀଙ୍କୁ ଅନୁରୋଧ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

sixteen − 8 =