Friday, October 30, 2026
Latestରାଜ୍ୟ

ବିଜେପି ପକ୍ଷରୁ ୧୨ଘଣ୍ଟିଆ ଗଜପତି ଜିଲ୍ଲା ବନ୍ଦ ପାଳନ

ପାରଳାଖେମୁଣ୍ଡି: ମମିତା ମେହେରଙ୍କ ପରିବାରକୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଆଜି ବିଜେପି ପକ୍ଷରୁ ୧୨ଘଣ୍ଟିଆ ଗଜପତି ଜିଲ୍ଲା ବନ୍ଦ ପାଳନ କରାଯାଉଛି।  ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯାଉଛି। ଏହାର ପ୍ରଭାବରେ ଗଜପତି ଜିଲ୍ଲାରେ ଦୋକାନ ବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଗୃହରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ସମ୍ପୃକ୍ତି ଅଭିଯୋଗ କରି ବିରୋଧୀ ଜୋରଦାର ପ୍ରତିବାଦ ଜାରି ରଖିଛନ୍ତି ଏବଂ ତାଙ୍କ ବହିଷ୍କାର ଓ ସିବିଆଇ ତଦନ୍ତ ଦାବି କରି ବନ୍ଦ ପାଳନ କରୁଛନ୍ତି। ସକାଳୁ ସକାଳୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜେପି କର୍ମୀମାନେ ପିକେଟିଂ ସହ ନାରାବାଜି କରୁଥିବାର ପରିଲକ୍ଷିତ ହୋଇଛି। କେତେକ ସ୍ଥାନରେ ବିଜେପି ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି। ଆଜି ଗଜପତି ଜିଲ୍ଲାର ଅଧିକାଂଶ ଦୋକାନବଜାର ବନ୍ଦ ରହିଥିବା ବେଳେ ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବ୍ୟାହତ ହୋଇଥିବା ଜଣାଯାଇଛି।

Share

Leave a Reply

Your email address will not be published. Required fields are marked *

one + nine =