କନ୍ଧମାଳରେ ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ: କନ୍ଧମାଳ ଲେଖିଲା ବିକାଶ ନୂଆ କାହାଣୀ । ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ BSKY ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକାରୀ BSKY ସ୍ମାର୍ଟକାର୍ଡରେ ଯୋଡ଼ି ହୋଇଛନ୍ତି ।

ଏଥିସହ ଜିଲ୍ଲାର ପ୍ରାୟ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଫୁଲବାଣୀ ମିନି ଷ୍ଟାଡିୟମରେ ପହଞ୍ଚିବା ସହ ହିତାଧିକାରୀଙ୍କୁ ପ୍ରଦାନ କରିଥିଲେ BSKY ସ୍ମାର୍ଟକାର୍ଡ । ପରେ ପରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ, ଶିଳାନ୍ୟାସ ଏବଂ ଉଦଘାଟନ କରିଥିଲେ  । ଯଦ୍ୱାରା ଆଗାମୀ ଦିନରେ କନ୍ଧମାଳ ଜିଲ୍ଲା ଉପାନ୍ତରୁ ବିକାଶର ଦ୍ୱାର ଦେଶରେ ପହଁଚିବ  ।

ସେହିପରି ମୁଖ୍ୟମନ୍ତ୍ରୀ ଉଦବୋଧନ ପ୍ରଦାନ କରିଥିଲେ  । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଭଳି ଏକ ଜନମଙ୍ଗଳକାରୀ କାର୍ଡକୁ ସାଧାରଣ ଲୋକଙ୍କ ସେବାରେ ନିୟୋଜିତ କରିଥିବା ଯୋଜନାର ସଫଳ ରୂପାୟନ ବିଷୟରେ ବାର୍ତ୍ତା ରଖିଥିଲେ ମୁଖ୍ୟମନ୍ତ୍ରୀ  । କନ୍ଧମାଳ ଜିଲ୍ଲା ଆଗାମୀ ଦିନରେ ଏକ ପ୍ରଗତିଶୀଳ ଜିଲ୍ଲାରେ ପରିଣତ ହେବ  । ସାଧାରଣ ଲୋକଙ୍କ ଜୀବନଯାପନ ପକ୍ରିୟାରେ ପରିବର୍ତ୍ତନ ହୋଇଛି  । କନ୍ଧମାଳ ହଳଦୀ ସମଗ୍ର ବିଶ୍ୱରେ ପରିଚୟକୁ ପ୍ରତିପାଦିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ  ।

ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକୀରୀ ସଭିଏଁ ସ୍ମାର୍ଟ ସ୍ୱାସ୍ଥ୍ୟକାର୍ଡରେ ଚିକିତ୍ସା ହୋଇପାରିବେ  । ସାଧାରଣ ଗରିବୀ ଲୋକଟିଏ ଯେପରି ଉନ୍ନତ ଚିକିତ୍ସା ପାଇ ପାରିବ, ତାହା ହିଁ ସରକାରର ମୁଖ୍ୟ ଲକ୍ଷ୍ୟ  । ସ୍ୱାସ୍ଥ୍ୟ ପାଇଁ ଜମି, ଅଳଙ୍କାର ଆଦି ବିକ୍ରୟ କରିବାକୁ ପଡ଼ୁଥିଲା  । ତାହା ମୁଖ୍ୟମନ୍ତ୍ରୀଙ୍କୁ ବ୍ୟଥିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ  । ଯେଉଁଥିପାଇଁ ଏଭଳି ଏକ ଅଭିନବ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ସରକାର ପହଁଚାଇଥିବା  ମୁଖ୍ୟମନ୍ତ୍ରୀ କହିଛନ୍ତି  ।

ମଞ୍ଚରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଓ କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ଉପସ୍ଥିତ ରହିବା ସହ ସାଧାରଣ ଲୋକଙ୍କୁ ଉଦବୋଧନ ପ୍ରଦାନ କରିଥିଲେ । ସେପଟେ ସ୍ଥାନୀୟ ବିଧାୟକ ତଥା ଫୁଲବାଣୀ ବିଧାୟକ ଅଙ୍ଗଦ କଅଁର ଏବଂ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମଧ୍ୟ ସଭାରେ ଉପସ୍ଥିତ ରହିଛନ୍ତି  ।  ସୁରକ୍ଷାକୁ ନଜରରେ ରଖି ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

eighteen − nine =