ସାମ୍ବାଦିକଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହୟତା

ଭୁବନେଶ୍ୱର () ସାମ୍ବାଦିକଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ସହାୟତା । ଆଜି ଢେଙ୍କାନାଳ ଜିଲ୍ଲାର ଜଣେ କର୍ମଜୀବୀ ସାମ୍ବାଦିକଙ୍କ କିଡନି ପ୍ରତିରୋପଣ ପାଇଁ ପ୍ରାରମ୍ଭିକ ସହାୟତା ଭାବେ ୨ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କ ପରାମର୍ଶଦାତା (ଗଣମାଧ୍ୟମ) ମାନସ ମଙ୍ଗରାଜ ଆଜି ଏହି ସହାୟତା ରାଶି ପ୍ରଦାନ କରିଛନ୍ତି ।
ଦୈନିକ ପ୍ରମେୟ ଖବରକାଗଜର ଢେଙ୍କାନାଳ ଜିଲ୍ଲା ପ୍ରତିନିଧି ଆଦିତ୍ୟ ପଣ୍ଡା  କିଡନୀ ରୋଗରେ ପୀଡିତ ହୋଇ ତାଙ୍କର ଦୁଇଟି ଯାକ ଅକାମୀ ହୋଇଯାଇଛି । ତାଙ୍କ ଭଉଣୀ ତାଙ୍କୁ ଗୋଟିଏ କିଡନୀ ପ୍ରଦାନ କରିବାକୁ ସହମତି ଦେଇଛନ୍ତି।  ତେବେ ପ୍ରତିରୋପଣ ପାଇଁ ୯ ଲକ୍ଷ ଟଙ୍କା ଆବଶ୍ୟକ ।
ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ଆଜି ଶ୍ରୀ ମଙ୍ଗରାଜ ପ୍ରାରମ୍ଭିକ ସହାୟତା ଅର୍ଥ ପ୍ରଦାନ କରିଛନ୍ତି ।
Share

Leave a Reply

Your email address will not be published. Required fields are marked *

2 × one =