ମୃତ ସାମ୍ବାଦିକଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମାଓବାଦୀଙ୍କ ବିସ୍ପୋରଣରେ ପ୍ରାଣ ହରାଇଥିବା ସାମ୍ବାଦିକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା । ଯୁବ ସାମ୍ବାଦିକ ରୋହିତ ବିଶ୍ୱାଳଙ୍କ ପରିବାରକୁ ୧୩ ଲକ୍ଷ ଟଙ୍କା ଦେବା ନେଇ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ପୋଲିସ ପକ୍ଷରୁ ୯ ଲକ୍ଷ ଓ ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ୪ ଲକ୍ଷ ଟଙ୍କା ସହାୟତା ମିଳିବ । ତୁରନ୍ତ ମୃତ ସାମ୍ବାଦିକଙ୍କ ପରିବାରକୁ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିବା ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ।
ଲ୍ୟାଣ୍ଡମାଇନ ବିସ୍ଫୋରଣରେ କଳାହାଣ୍ଡି ଏମ୍. ରାମପୁରର ଯୁବ ସାମ୍ବାଦିକ ରୋହିତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଛି । ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ଲାଲବାହିନୀ ମାଟିତଳେ ଖଞ୍ଜିଥିବା ଲ୍ୟାଣ୍ଡମାଇନ ଉପରେ ତାଙ୍କ ବାଇକ୍ ଚଢି ଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିବା ବେଳେ, ବାଇକ ଭାଙ୍ଗି ଚୁରମାର ହୋଇଯାଇଛି । ଡମ୍ବକର୍ଲାଖୁଣ୍ଟା-ମାଣିକେରା ରାସ୍ତାର ଦୁଲେନ ଛକ ଠାରେ ଲ୍ୟାଣ୍ଡମାଇନ ବିଛାଇଥିଲେ ନକ୍ସଲ । ଯାହାର ଶିକାର ହୋଇଥିଲେ ସାମ୍ବାଦିକ ରୋହିତ ବିଶ୍ୱାଳ । ଆଗକୁ ପଞ୍ଚାୟତ ଭୋଟ ଥିବା ବେଳେ, ସ୍ଥାନୀୟ ଅଞ୍ଚଳରେ ଉପସ୍ଥିତି ଜାହିର କରିଛି ଲାଲବାହିନୀ । ଭୋଟ ବର୍ଜନ କରିବାକୁ ପୋଷ୍ଟର ଲଗାଇଛନ୍ତି ।

Share

Leave a Reply

Your email address will not be published. Required fields are marked *

4 × 2 =