ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଅପରାହ୍ଣରେ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ତେବେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଆଜି କି ବାର୍ତ୍ତା ଦେବେ ତା ଉପରେ ରହିଛି ସମସ୍ତଙ୍କ ନଜର । ରାଜ୍ୟରେ ଲଗାତାର ବଢାଚାଲିଛି କରୋନା ସଂକ୍ରମଣ । କରୋନା ସଂପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କିଛି ପରାମର୍ଶ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି । ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି |ତେବେ କୋଭିଡ୍ ସ୍ଥିତି ନେଇ ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି ।

କରୋନା ସଂକ୍ରମଣ ନେଇ ଗତକାଲି ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା ହୋଇଥିଲା। ପ୍ରଧାନମନ୍ତ୍ରୀ ସହ ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଟିକାର ଅଭାବକୁ ନେଇ ନିଜର ବକ୍ତବ୍ୟ ରଖିଥିଲେ । ଓଡିଶାକୁ ୧୦ର ଦିନର ଆଗୁଆ ଟିକା ଦେବା ପାଇଁ ସେ ଅନୁରୋଧ କରିଛନ୍ତି । ସେହିଭଳି ରାଜ୍ୟରେ ଆଜି କରୋନା ସଂକ୍ରାମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮ରେ ପହଞ୍ଚିଛି |

Share

Leave a Reply

Your email address will not be published. Required fields are marked *

twelve + seventeen =