ସମ୍ଭାବ୍ୟ ବାତ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ମାଡ଼ି ଆସୁଛି ବାତ୍ୟା ‘ୟାସ୍’ । ତେବେ ବାତ୍ୟା ପୂର୍ବରୁ ବାତ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ବାତ୍ୟା ‘ୟାସ୍’ ଧାମରା ଓ ବାଲେଶ୍ୱର ମଧ୍ୟରେ ଅତିକ୍ରମ କରିବାର ଆଶଙ୍କା ରହିଛି । ବାତ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ମୁଖ୍ୟ ଶାସନ ସଚିବ ।ବାତ୍ୟାକୁ ଦୃଷ୍ଟିରେ ରଖି  ସମସ୍ତ ବ୍ୟବସ୍ଥା କରାଯାଇଛି । ୫ଟି ଜିଲ୍ଲାରେ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । କଚ୍ଚାଘରେ ଥିବା ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ସହ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ କରାଯାଇଛି । ବର୍ତ୍ତମାନ ସୁଦ୍ଧା ଅଢ଼େଇ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଥିବା କହିଛନ୍ତି ମୁଖ୍ୟ ଶାସନ ସଚିବ ।

ଅଧିକ ପ୍ରଭାବିତ ହେବାକୁ ଥିବା ୫ଟି ଜିଲ୍ଲାରେ ବରିଷ୍ଠ ଅଧିକାରୀଙ୍କ ନିୟୋଜିତ କରାଯାଇଛି । କଚ୍ଚା ଘରେ ଥିବା ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀ ସହ ସୁରକ୍ଷିତ ସ୍ଥାନକୁ ନିଆଯାଇଛି । ଅଢେଇ ଲକ୍ଷରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । ବାତ୍ୟା ଆଶ୍ରୟସ୍ଥଳୀରେ ଲୋକଙ୍କୁ ମାସ୍କ ଯୋଗାଇ ଦିଆଯିବା ସହ ସମସ୍ତ ସୁୁବିଧା ଦିଆଯାଇଛି । ବାତ୍ୟା ମୁକାବିଲା ପାଇଁ ୫୨ଟି ଏନଡିଆରଏଫ ଟିମ୍‌, ୬୦ଟି ଓଡ୍ରାଫ୍ ଟିମ୍‌, ୨୦୬ଟି ଅଗ୍ନିଶମ ଟିମ୍ , ଜଙ୍ଗଲ ବିଭାଗର ୮୬ଟି ଟ୍ରି କଟର ଟିମ୍ ମୁତୟନ କରାଯାଇଛି । ୬ ଶହରୁ ଅଧିକ ଇଂଜିନିୟର ଟିମ୍ ମଧ୍ୟ ଗଠନ କରାଯାଇଛି । ମେଡିକାଲରେ ସମସ୍ତ ବ୍ୟବସ୍ଥା କରାଯାଇଛି । ଅଧିକ ଅକ୍ସିଜେନ ମହଜୁଦ ରଖାଯାଇଥିବା ଏସଆରସି ବୈଠକରେ ସୂଚନା ଦେଇଛନ୍ତି ।

ରାଜ୍ୟରେ ବାତ୍ୟା ମୁକାବିଲା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତଙ୍କ ଜୀବନ ବଂଚାଇବା ଲାଗି ସରକାର କାର୍ଯ୍ୟ କରୁଛନ୍ତି । ପ୍ରଶାସନକୁ ସହଯୋଗ କରିବା ଲାଗି ଜନସାଧାରଣଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

Share

Leave a Reply

Your email address will not be published. Required fields are marked *

five × 2 =