ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର


ଭୁବନେଶ୍ୱର: ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ।୧୯୮୭ ବ୍ୟାଚ ଓଡ଼ିଶା କ୍ୟାଡରର ଆଇଏଫଏସ୍ ଅଫିସର ଥିଲେ ଅଭୟକାନ୍ତ ଯାହାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପରେ ତାଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତିଙ୍କୁ ସୁପାରିଶ କରିଥିଲେ । ଯେଉଁ ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି । ଯାହା ଫଳରେ ଅଭୟଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସରକାରୀ ପଦବୀର ଅପବ୍ୟବହାର କରିଥିଲେ ଅଭୟକାନ୍ତ ପାଠକ । ଅଭୟକାନ୍ତ ନିଜ କଳା ଟଙ୍କାକୁ ପୁଅ ବ୍ୟାଙ୍କ୍ ଆକାଉଣ୍ଟରେ ଡିପୋଜିଟ୍ କରୁଥିଲେ । ଏହା ସହ ପୁଅ ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ଏମଡି ଭାବେ ପରିଚୟ ଦେଇ ଲୋକଙ୍କୁ ଠକୁଥିଲେ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦେବା ପାଇଁ ରାଜ୍ୟ ସରକାର ସୁପାରିସ କରିଥିଲେ । ପୂର୍ବରୁ ଓଡ଼ିଶା ଭିଜିଲାନ୍ସ ଉଭୟ ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ଦୁର୍ନୀତି ଅଭିଯୋଗରେ ଗିରଫ କରିବା ପରେ ଜେଲରେ ଅଛନ୍ତି ।

Share

Leave a Reply

Your email address will not be published. Required fields are marked *

ten + 14 =