କରୋନାରେ ଆଉ ୧୭ ମୃତ

ଭୁବନେଶ୍ବର()  ଆଜି ରାଜ୍ୟରେ ୨୬୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି  । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା  ୯୯୧କୁ ବୃଦ୍ଧି ପାଇଛି  । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି  । ସେହିପରି ବାଲେଶ୍ୱରରୁ ୩,  ମୟୂରଭଞ୍ଜ ଓ ପୁରୀରୁ ୨ ଜଣ ଲେଖାଏଁ, ବରଗଡ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନୟାଗଡ ଓ ସୁବଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି  ।

Share

Leave a Reply

Your email address will not be published. Required fields are marked *

sixteen + nineteen =