କରୋନା ନେଲା ଆଉ ୧୫ ମୁଣ୍ଡ

ଭୁବନେଶ୍ବର()   ରାଜ୍ୟରେ ପୁଣି କରୋନାରେ ୧୫ ଜୀବନ ଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୧୦୦୬ରେ ପହଞ୍ଚôଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ କଟକରୁ ୨ଜଣ କରୋନା ଆକ୍ରାନ୍ତ ମୃତୁ୍ୟ ହୋଇଛି । ସେହିପରି ବାଲେଶ୍ୱର, ବଲାଙ୍ଗୀର, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତୁ୍ୟ ହୋଇଛି ।

ପ୍ରକାଶ ଯେ, ରାଜ୍ୟରେ ଆଜି ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬୫୯ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧୯୫ ଟି ଲୋକାଲ କେସ ରହିଛି । ଏହି ୨୮୫୪ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪୯୬୯୩ରେ ପହଞ୍ଚô ଥିବା ବେଳେ ସେମାନଙ୍କ ମଧ୍ୟରୁ ୨୨୦୩୮୮ ଜଣ ସୁସ୍ଥ ହୋଇ ସାରିଲେଣି । ବର୍ତ୍ତମାନ ସୁଦ୍ଧ ୨୮୨୪୬ ଜଣ ଚିକିତ୍ସାଧୀନ ରହିଛନ୍ତି ।

Share

Leave a Reply

Your email address will not be published. Required fields are marked *

nineteen − 10 =