ରାଜଧାନୀରୁ ଆଜି ୮୭ କରୋନା ପଜିଟିଭ

ଭୁବନେଶ୍ବର() ଆଜି ଭୁବନେଶ୍ୱରରୁ ମାତ୍ର ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୯ ସ୍ଥାନୀୟ ଅଞ୍ଚଳରୁ ୬୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୩୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୦୭୨ କୁ ବୃଦ୍ଧି ପାଇଛି ।

ମୋଟ ୨୯ ହଜାର ୦୭୨ ପଜିଟିଭ ମଧ୍ୟରୁ ୧୬୪ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୭ ହଜାର ୩୧୭ ଜଣ ସୁସ୍ଥ ଓ ୧୫୭୦ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

fourteen − one =