କରୋନାରେ ଆଉ ୧୨ ମୃତ

ଭୁବନେଶ୍ବର() ଆଜି ୧୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୨୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ୱର, କେନ୍ଦୁଝରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଝାରସୁଗୁଡା, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

17 − 16 =