କରୋନାରେ ଆଉ ୧୬ ମୃତ

ଭୁବନେଶ୍ୱର() ଆଜି ୧୨୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କେନ୍ଦୁଝର ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର ଓ ସମ୍ବଲପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ବରଗଡ଼, କଟକ, ଯାଜପୁର, ଖୋର୍ଦ୍ଧା, ମୟୁରଭଞ୍ଜ, ବୌଦ୍ଧ, ନୟାଗଡ଼ ଓ ରାଉରକେଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Share

Leave a Reply

Your email address will not be published. Required fields are marked *

4 × 1 =