ନବରଙ୍ଗପୁର ସାଂସଦଙ୍କୁ କରୋନା

ଭୁବନେଶ୍ୱର() ରାଜ୍ୟରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ପ୍ରତ୍ୟେକ ଦିନ ୩ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ବିଧାୟକ, ସାଂସଦଙ୍କ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ରମେଶ ଅନୁରୋଧ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

20 − 14 =