ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କରୋନା

ଭୁବନେଶ୍ୱର()  ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଗତ ସାତ ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ପାଇଁ ଜ୍ୟୋତିପ୍ରକାଶ ଅନୁରୋଧ କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

2 × 1 =