କରୋନାରେ ଆଉ ୧୩ ଜଣଙ୍କ ଦେହାନ୍ତ

ଭୁବନେଶ୍ବର() ଆଜି ରାଜ୍ୟରେ ୩୪୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ପୁରୀରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ରାୟଗଡା ଓ ମୟୂରଭଞ୍ଜରେ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ୱର, କଟକ, କନ୍ଧମାଳ ଓ ସୋନପୁରରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

four × three =