ଆଉ ୬୭ କରୋନା ପଜିଟିଭ୍

ଭୁବନେଶ୍ୱର ()ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬୭ ସଂକ୍ରମିତଙ୍କ ମଧ୍ୟରୁ ୬୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୪ ଜଣ ହୋମ୍ କ୍ବାରେଣ୍ଟାଇନ୍‌ରେ ରହିଥିଲେ । ଅନ୍ୟ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ଗଞ୍ଜାମ ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଅନୁଗୋଳ ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ ଏବଂ ନୂଆପଡା ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୪୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Share

Leave a Reply

Your email address will not be published. Required fields are marked *

11 − one =