କଟକରୁ ୩୨ କରୋନା ପଜିଟିଭ

କଟକ() କଟକ ସହରରୁ ଆଜି ୩୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୫ଜଣ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା ୨୭ଜଣଙ୍କ ମଧ୍ୟରୁ ହୋମ କ୍ୱାରେଣ୍ଟିନରୁ ୨୧, ସରକାରୀ ସଙ୍ଗରୋଧ କେନ୍ଦ୍ରରୁ ୫ ଓ ପେଡ଼୍ କ୍ୱାରେଣ୍ଟିନ କେନ୍ଦ୍ରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୫ଜଣଙ୍କ ମଧ୍ୟରୁ ଭଗତପୁର, ତନ୍ତିସାହି, କାଇବନ୍ତ ସାହି , କାଳୀଗଳି ଓ ଟୋଲଗେଟ ନିକଟ ଗୋପାଳପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି ।

ତେବେ କଟକ ସହରରୁ ବର୍ତ୍ତମାନ ସୁଦ୍ଧା ୩୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୨୫ଜଣ ସୁସ୍ଥ ହୋଇଛନ୍ତି ଓ ୮ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

16 + 10 =