କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର() ରାଜ୍ୟରେ ଆଜି ୧୬୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରୁ ଗଞ୍ଜାମ, କେନ୍ଦୁଝର, କନ୍ଧମାଳ ଓ ଖୋର୍ଦ୍ଧାରୁ ୨ଜଣ ଲେଖାଏଁଙ୍କ ମୃତ୍ୟୁ ହୋଇଛି । ଏହାସହ  ବାଲେଶ୍ୱର, ବରଗଡ଼, ଗଜପତି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ଯାଇଛି । ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୫୯କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

9 − seven =