ଆଜି ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସମୀକ୍ଷା ବୈଠକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ବୃଦ୍ଧି ପାଉଥିବାରୁ ଆକ୍ସନ ମୋଡ଼କୁ ଆସିଛନ୍ତି ରାଜ୍ୟ ସରକାର ।ରାଜ୍ୟରେ କୋଭିଡ଼ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସମେତ ଉନ୍ନୟନ କମିଶନର ଓ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ଏହାଛଡା ବୈଠକରେ ସମସ୍ତ ଜିଲ୍ଲାପାଳ ମାନଙ୍କୁ ମଧ୍ୟ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୀମାନ୍ତବର୍ତ୍ତୀ ଅଞ୍ଚଳ ସମେତ ସହରାଞ୍ଚଳ ପାଇଁ ନିଆଯାଇପାରେ ସ୍ୱତନ୍ତ୍ର ନିଷ୍ପତ୍ତି । ରାଜ୍ୟରେ ଏବେ କରୋନା ସ୍ଥିତି ବିଗିଡିବାରେ ଲାଗିଛି । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢି ବଢି ଚାଲିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କେବଳ ଖୋର୍ଦ୍ଧାରୁ ୧୦୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Share

Leave a Reply

Your email address will not be published. Required fields are marked *

four × two =