ରାଜ୍ୟରେ ୭୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର()  କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି ।  ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମେ ନିଜାମୁଦ୍ଧିନ, ତା’ପରେ ପଶ୍ଚିମବଙ୍ଗ ଓ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢାଛନ୍ତି ।  

ତେବେ ଏହା ଭିତରେ ଏକ ଭଲ ଖବର ଆସିଛି । ତାହା ହେଲେ ଆଜି  ପୁଣି ରାଜ୍ୟରେ ୭୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାର ସର୍ବାଧିକ ୨୫ ଜଣ ସୁସ୍ଥ ହୋଇଛନ୍ତି । ଏହାଛଡ଼ା ଗଞ୍ଜାମରୁ ୧୯, କଟକରୁ ୯, ପୁରୀର ୮, ନୟାଗଡ଼ ଓ କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏଁ,  କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ କେନ୍ଦୁଝର, ବୌଦ୍ଧ, ସମ୍ବଲପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।  ଏଯାବତ ଓଡ଼ିଶାରେ ୮୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି । ଆଜି ସକାଳେ ନୂଆ ୬୭ କରୋନା  ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । 

Share

Leave a Reply

Your email address will not be published. Required fields are marked *

fifteen − 6 =