Friday, October 30, 2026
Latestରାଜ୍ୟ

ରାଜ୍ୟରେ କରୋନା ମୁତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀ ଜିଲ୍ଲାର ୬୦ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ବହୁ ଦିନରୁ ଶ୍ୱାସ ଜନିତ ରୋଗରେ ପୀଡିତ ଥିଲେ । ତେବେ ରାଜ୍ୟରେ କରୋନା ମୁତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ହୋଇଛି ।

ଶନିବାର ରାଜ୍ୟରୁ ଆଉ ୧୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬ରେ ପହଞ୍ଚିଛି। ୧୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୨୯ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share

Leave a Reply

Your email address will not be published. Required fields are marked *

fourteen − eleven =