ଆଉ ୨୮୨ କରୋନା ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଆଜି ୧୭ଜିଲ୍ଲାରୁ ୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୭୫୨କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୨୮୨ଜଣଙ୍କ ମଧ୍ୟରେ ୨୫୬ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଓ ୨୬ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଗଜପତିରୁ ସର୍ବାଧିକ ୭୬,ଗଞ୍ଜାମରୁ ୭୫, ଖୋର୍ଦ୍ଧାରୁ ୨୬, ଝାରସୁଗୁଡ଼ାରୁ ୨୩, କନ୍ଧମାଳରୁ ୧୭, ସମ୍ବଲପୁରରୁ ୧୩, ଜଗତସିଂହପୁରରୁ ୧୧, ପୁରୀରୁ ୯, ଯାଜପୁରରୁ ୬, ମୟୁରଭଞ୍ଜରୁ ୬, କଟକରୁ ୪, ବାଲେଶ୍ୱରରୁ ୩,ଅନୁଗୁଳ, ସୁନ୍ଦରଗଡ଼, ବଲାଙ୍ଗିର, କୋରାପୁଟ ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

five × 5 =