ରାଜ୍ୟରେ ୨୧୮ ପଜିଟିଭ

ଭୁବନେଶ୍ୱର() ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଆଜି ୨୧ ଜିଲ୍ଲାରୁ ଆଉ ନୂଆ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।୨୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୮ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୦ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧୮୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

thirteen + 8 =