କରୋନା ନେଲା ଆଉ ୪ ଜୀବନ

 ଭୁବନେଶ୍ୱର() ଆଜି ରାଜ୍ୟରେ ୫୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ୨, ଗଞ୍ଜାମ ଓ କଟକରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହେି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି । ତେବେ କଟକରେ ଜଣେ ୭୧ ବର୍ଷୀୟ ବୃଦ୍ଧଙ୍କର କରୋନାରେ ମୃତ୍ୟୁ ହୋଇଛି । ସେ କ୍ୟାନ୍ସରରେ ପୀଡିତ ଥିବା ଜଣାପଡିଛି ।

ସେହିପରି ଖୋର୍ଦ୍ଧାରେ ଜଣେ ୪୦ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରରେ ୭୧ ବର୍ଷୀୟ ଜଣେ ବୃଦ୍ଧଙ୍କର କରୋନା ଜନିତ ମୃତ୍ୟୁ ଘଟିଛି । ସେ ରକ୍ତଚାପର ଶିକାର ହୋଇଥିଲେ ।

Share

Leave a Reply

Your email address will not be published. Required fields are marked *

3 × 3 =