ରାଜଧାନୀରୁ ଆଉ ୧୩୭ କରୋନା ପଜିଟିଭ

ଭୁବନେଶ୍ୱର() ଆଜି ପୁଣି ୧୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଚିହ୍ନଟ ହୋଇଥିବା ୧୩୭ଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୪ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।


ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୩୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୨୦୬୧ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୧୨୭୩ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ।

Share

Leave a Reply

Your email address will not be published. Required fields are marked *

four × two =