ରାଜ୍ୟରେ ଆଉ ୯ ଜୀବନ ନେଲା କରୋନା

ଭୁବନେଶ୍ୱର() ଆଜି ରାଜ୍ୟରେ ୪୨୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କେନ୍ଦୁଝରରୁ ସର୍ବାଧିକ ୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ଜଗତସିଂହପୁର, କନ୍ଧମାଳ, ଖୋର୍ଦ୍ଧା, ନବରଙ୍ଗପୁର, ନୟାଗଡ ଓ ମୟୂରଭଞ୍ଜରୁୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

3 × 1 =