ଆଉ ୨ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ବର() ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ବର୍ଷିବ । ଆଜି ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ଝାରସୁଗୁଡା ଓ ସୁନ୍ଦରଗଡରେ କେତୋଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଏହାସହ ୨୪ରୁ ୨୫ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନୂଆପଡା ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Share

Leave a Reply

Your email address will not be published. Required fields are marked *

four × 5 =