କରୋନାରେ ଆଜି ସର୍ବାଧିକ ୧୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର() ରାଜ୍ୟରେ ଆଜି ୪୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫,  ପୁରୀରୁ ୪, କେନ୍ଦ୍ରାପଡ଼ାରୁ ୨, ରାୟଗଡା, ବଲାଙ୍ଗୀର, ନୟାଗଡ଼, ମୟୁରଭଂଜ, ସୁବର୍ଣ୍ଣପୁର ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

four × 2 =