ଭୁବନେଶ୍ୱରରୁ ଆଉ ୩୬୯ କରୋନା ପଜିଟିଭ୍

ଭୁବନେଶ୍ୱର() ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୬୯ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୮୯୫ରେ ପହଞ୍ଚିଛି । ବୁଧବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୭୫ ଜଣ ରହିଥିବା ବେଳେ ୨୯୪ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୮୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୩୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୨୪୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯୩ ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

one × 2 =