କରୋନାରେ ଆଉ ୧୫ ମୃତ

ଭୁବନେଶ୍ବର() ଆଜି ୧୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୁନ୍ଦରଗଡ, ମୟୂରଭଞ୍ଜ ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଅନୁଗୁଳ, ବୌଦ୍ଧ, ବରଗଡ, ପୁରୀ, ଝାରସୁଗୁଡା, କନ୍ଧମାଳ, ସମ୍ବଲପୁର, ଗଜପତି, ବାଲେଶ୍ୱରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

17 − four =