କରୋନା ନେଲା ଆଉ ୧୨ ଜୀବନ

ଭୁବନେଶ୍ୱର() ଆଜି ୧୦୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର ଓ ଢେଙ୍କାନାଳରୁ ୨ ଜଣ ଲେଖାଏଁ , ଅନୁଗୁଳ, କନ୍ଧମାଳ, ସମ୍ବଲପୁର, କୋରାପୁଟ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Share

Leave a Reply

Your email address will not be published. Required fields are marked *

1 × one =