ଆଜି ୪୩୪ ପଜିଟିଭ, ୫ ମୃତ

ଭୁବନେଶ୍ବର() କମିବାରେ ଲାଗିଛିି କରୋନା ସଂକ୍ରମଣ । ଆଜି ପୁଣି ୪୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୦୧୭ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ଆଉ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର ଓ ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

twelve + 5 =