ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ୧୬୧କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ ବାଲେଶ୍ବର ଜିଲ୍ଲାର । ତେବେ ବାଲେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ହୋଇଛି ।  ଆକ୍ରାନ୍ତ ୩୪ ବର୍ଷୀୟ ଯୁବକ ହୋଇଥିବା ବେଳେ ସେ ପଶ୍ଚିମବଙ୍ଗ ଫେରନ୍ତା ବୋଲି ସୂଚନା ମିଳିଛି । ଏହାସହ ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ୧୬୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Share

Leave a Reply

Your email address will not be published. Required fields are marked *

6 − five =