ଗଞ୍ଜାମରେ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ଆଉ ୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୨୪ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଜଣେ ଖୋର୍ଦ୍ଧା ଜିଲ୍ଲାର । ତେବେ ଗଞ୍ଜାମ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *

one × three =