ଆଉ ୩୦କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର() ରାଜ୍ୟରେ ଆଉ ୩୦କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୦୭କୁ ବୃଦ୍ଧି ପାଇଛି । ୩୦ କରୋନା ଆକ୍ରାନ୍ତଙ୍କ ସୁସ୍ଥ ମଧ୍ୟରେ ଗଞ୍ଜାମରରୁ ୨୦, କେନ୍ଦ୍ରାପଡ଼ାରୁ ୫, ନୟାଗଡ଼ରୁ ଜଣେ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ୨ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୯୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୦୭ଜଣ ସୁସ୍ଥ ହୋଇଛନ୍ତି ଓ ୫ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୬୬୬ ଆକ୍ଟିଭ କେସ୍ ରହିଛି ।

Share

Leave a Reply

Your email address will not be published. Required fields are marked *

three + 2 =