ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି, ଆଉ ନୂଆ ୭୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର()ରାଜ୍ୟରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ଓ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି ପାଇଛି। କରୋନାରେ ମୃତ୍ୟୁ ହୋଇଥିବା ଜଣଙ୍କ ଖୋର୍ଦ୍ଧାର ଜଣେ ୭୦ ବର୍ଷୀୟ ବୃଦ୍ଧ । ଖୋର୍ଦ୍ଧାରେ କୋରୋନା ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ରାଜ୍ୟରେ ଚିହ୍ନଟ ୭୪କରୋନା ପଜିଟିଭଙ୍କ ମଧ୍ୟରୁ ୭୨ଜଣ କ୍ୱାରେଣ୍ଟାଇନରେ ଥିଲେ । ଚିହ୍ନଟ ହୋଇଥିବା ୭୪ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ବୌଦ୍ଧ -୨୮, ପୁରୀ -୧୧, କଟକ-୯, ଖୋର୍ଦ୍ଧା-୭, ଗଞ୍ଜାମ-୬, ଯାଜପୁର-୬, କେନ୍ଦ୍ରାପଡା-୨, ମାଲକାନଗିରି-୨ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର , ଢେଙ୍କାନାଳ ଓ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୦୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୦୭ଜଣ ସୁସ୍ଥ ହୋଇଛନ୍ତି ଓ ୬ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୭୩୯ ଆକ୍ଟିଭ କେସ୍ ରହିଛି ।

Share

Leave a Reply

Your email address will not be published. Required fields are marked *

five × one =