ଅମ୍ପାନ୍ ନେଲା ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ

ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେଇଥିବା ବାତ୍ୟା ଆଜି ସନ୍ଧ୍ୟାରେ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ । ଏହା ଏବେ ପାରାଦୀପ ଠାରୁ ଦକ୍ଷିଣ ଦିଗରେ ପ୍ରାୟ ୯୮୦ କିଲୋମିଟର ଦୂରରେ ରହିଛି । ଏହା ଘଂଟା ପ୍ରତି ୩ କିଲୋମିଟର ବେଗରେ ଉତର-ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତା ୨୦ ତାରିଖ ଅପରାହ୍ନରୁ ସଂଧ୍ୟା ମଧ୍ୟରେ ଏହା ପଶ୍ଚିମବଙ୍ଗ ସାଗର ଦ୍ୱୀପ ଓ ବାଂଲାଦେଶର ହାତିଆ ଦ୍ୱୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ । ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇଥିବା ଅମ୍ପାନ ଧୀରେ ଧୀରେ ଘନୀଭୂତ ହୋଇ ଧୀର ବେଗରେ ଗତି କରୁଛି ।

ତେବେ ଓଡ଼ିଶାରେ ଏହାର ପ୍ରଭାବ ପଡିବା ସମ୍ଭାବନା ରହିଛି । ବାତ୍ୟା ନେଇ ରାଜ୍ୟ ସରକାର ପ୍ରସ୍ତୁତ ଥିବା ଏସଆରସି କହିଛନ୍ତି । ଉପକୂଳ ଓ ଉତର ଓଡ଼ିଶାରେ ମଧ୍ୟମ ଧରଣରୁ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଉଛି । ୧୨ଟି ଜିଲ୍ଳାକୁ ଆଲର୍ଟ କରାଯାଇଛି । ୪ଟି ଜିଲ୍ଲା ଜଗତସିଂହପୁର, ବାଲେଶ୍ୱର,କେନ୍ଦ୍ରାପଡା ଭଦ୍ରକରେ ଅଧିକ ବିପଦ ରହିଛି । ଜିଲ୍ଳାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Share

Leave a Reply

Your email address will not be published. Required fields are marked *

fifteen − 9 =