ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବଙ୍କ ଅଚାନକ ପାଟକୁରା ଗସ୍ତ

କେନ୍ଦ୍ରାପଡ଼ା() ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟକୁରା ଉପନିର୍ବାଚନ ସମୟରେ ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ ଆରମ୍ଭ ହୋଇଛି କାର୍ଯ୍ୟ । ଆଜି ମୁଖ୍ୟମନ୍ତ୍ରୀଙ୍କ ଦସ୍ତରେ ତିନି ବରିÂ ଅଧିକାରୀଙ୍କ ନେତୃତ୍ୱରେ ଗଠନ ୩ଟି ଟିମ ଅଚାନକ ପାଟକୁରା ନିର୍ବାଚନମଣ୍ଡଳର ବିଭିନ୍ନ ଅଂଚଳ ଗସ୍ତ କରିବା ସହିତ ଶିକ୍ଷା, ସ୍ୱସ୍ଥ୍ୟ, ଗମନାଗମନ,ବିଦ୍ୟୁତ ଯୋଗାଣ ଆଦିର ଅନୁଧ୍ୟାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଧଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ଦପ୍ତରର ସ୍ୱତନ୍ତ୍ର ସଚିବ ଡି.ଏସ. କୁଟ୍ଟେ, ଅତିରିକ୍ତ ସଚିବ ରୂପା ରୋଶନ ସାହୁ ଓ ଅତିରିକ୍ତ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ନେତୃତ୍ୱରେ ଗଠିତ ଟିମ କେନ୍ଦ୍ରାପଡା ଜିଲ୍ଲା ପାଟକୁରା ନିର୍ବାଚନମଣ୍ଡଳୀ ଗସ୍ତ କରିଥିଲେ । ଏହି ବରିÂ ଅଧିକାରୀମାନେ ପ୍ରତି ପଂଚାୟତର ବିଦ୍ୟାଳୟ ଗୁଡିକ ପରିଦର୍ଶନ କରିଥିବା ବେଳେ ନିର୍ବାଚିତ ଲୋକପ୍ରତିନିଧିମାନଙ୍କୁ ସିଧାସଳଖ ଭେଟିଥିଲେ ।

ସ୍ଥାନୀୟ ଲୋକପ୍ରତିନିଧିମାନଙ୍କ ସହିତ ସେମାନଙ୍କ ଅଂଚଳରେ କାର୍ଯ୍ୟକାରୀ ହେଉଥିବା ଶିକ୍ଷା,ସ୍ୱସ୍ଥ୍ୟସେବା, ପାନୀୟଜଳ, ସଡକ ଯୋଗାଯୋଗ ଓ ବିଦ୍ୟୁତସେବା ସଂକ୍ରାନ୍ତରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ଏହି ଆଲୋଚନା ସମୟରେ ପାଟକୁରା ନିର୍ବାଚନମଣ୍ଡଳୀର ସାନ ଅଢଙ୍ଗ ଗ୍ରାମପଂଚାୟତର ଲୋକମାନେ ସ୍ୱତନ୍ତ୍ର ସଚିବ କୁଟ୍ଟେ ଓ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ ଯେ ଅନ୍ୟ ସ୍ଥାନରେ ଲାଇସେନ୍ସ ପାଇଥିବା ଗୋଟିଏ ମଦ ଦୋକାନ ବିଦ୍ୟାଳୟ ନିକଟରେ ଚାଲୁଛି । ଲୋକଙ୍କ ଅଭିଯୋଗ ପରେ ପରେ ବିଦ୍ୟାଳୟ ନିକଟରେ ଥିବା ତୁରନ୍ତ ଏହି ମଦ ଦୋକାନକୁ ସିଲ କରିଦିଆଯାଉ ।

Share

Leave a Reply

Your email address will not be published. Required fields are marked *

9 + eight =